ଗଞ୍ଜାମ ଜିଲ୍ଲାର ପୁଇତଳl ଛକ ଠାରେ ଏଲ ପି ଜି ସିଲିଣ୍ଡର ବୋଝେଇ ଟ୍ରକରେ ନିଆଁ ଲାଗି ଇଞ୍ଜିନଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଗଞ୍ଜାମ ଥାନା ପୁଇତଳl ଛକ ନିକଟରେ ଏଲପିଜି ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକରେ ଆଜି ସକାଳେ ନିଆଁ ଲାଗି ଯାଇଥିଲା । ଗାଡିଟି ଭୁବନେଶ୍ଵରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏଲପିଜି ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକରେ ସଟସର୍କିଟ ଯୋଗୁଁ ଅଚାନକ ନିଆଁ ଲାଗି ଯାଇଥିବା ସନ୍ଦେହ କରାଯାଉଛି । ନିଆଁ ଲାଗିଥିବା ଡ୍ରାଇଭର ଜାଣି ପାରି ଟ୍ରକଟିକୁ ସେଠାରେ ଅଟକାଇବା ସହ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ । ଛତ୍ରପୁର ଅଗ୍ନିଶମ ବାହିନୀ ସେଠାରେ ପହଁଚି ନିଆଁକୁ ଆୟତ୍ତ କରିଥିବା ବେଳେ ଟ୍ରକର ଇଞ୍ଜିନ ସମ୍ପୂର୍ଣ୍ଣ ଭାବରେ ଜଳିଯାଇଥିଲା । ତେବେ ଟ୍ରକର ଡାଲା ପଟେ ନିଆଁ ଲାଗିନଥିବା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା । ସଠିକ ସମୟରେ ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳ ରେ ପହଁଚି ନିଆଁ କୁ ଆୟତ୍ତ କରିଥିଲା |

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025