ଆଖି ବୁଜିଲେ ପୂର୍ବତନ ବିଧାୟକ ଅନନ୍ତ ଦାସ

ଆଖି ବୁଜିଲେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ . ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଷ୍ୱାସ ତ୍ୟାଗ କରିଛନ୍ତି . ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା . ଅନନ୍ତ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ . ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି .ମୁଖ୍ୟମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି . ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ .ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ୱର ଅଂଚଳର ବିକାଶ ପାଇଁ ନିଜର ଗରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି . ତାଙ୍କ ବିୟୋଗ ଯୋଗୁଁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା . ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନ ଜଣାଇଛନ୍ତି .

ସେହିପରି ବିରୋଧି ନଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି . ନବୀନ ଲେଖିଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ . ଜନପ୍ରତିନିଧି ଭାବେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ . ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି .ତେବେ ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ଥର ବିଧାୟକ ଥିଲେ ଅନନ୍ତ ଦାସ . ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ ଥର ବିଜେଡ଼ିରୁ ବିଧାୟକ ଥିଲେ . ଏହା ବ୍ୟତୀତ ସେ ଓଡ଼ିଶା ସରକାରଙ୍କ ଶିଳ୍ପମନ୍ତ୍ରୀ ,ଉଚ୍ଚ ଶିକ୍ଷାମନ୍ତ୍ରୀ ,ସରକାରୀ ଦଳର ମୁଖ୍ୟ ସଚେତନକ ,ବାଲେଶ୍ୱର ଜିଲ୍ଲାର ଯୋଜନା ବୋର୍ଡର ଅଧକ୍ଷ ପରୀ ବହୁ ଗୁରୁତ୍ୱପୁର୍ଣ୍ଣ ପଦପଦବୀରେ ମଧ୍ୟ ସଫଳତାର ସହ ଦାୟିତ୍ୱ ତୁଲାଇଛନ୍ତି .

author

Related Articles

Leave a Reply

Your email address will not be published. Required fields are marked *