ଘୋଷଣା ହୋଇଯାଇଛି ନିର୍ବାଚନର ତାରିଖ । ଲୋକସଭା ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିସନ୍ । ଆଜିଠାରୁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ୧୦୨ଟି ଆସନ ଭିତରେ ତାମିଲନାଡୁର ୩୯, ରାଜସ୍ଥାନର ୧୨ଟି ମଧ୍ୟପ୍ରଦେଶର ୬ଟି ସିଟ୍ ଏବଂ ବିହାର ୪ଟି ଆସନ ରହିଛି । ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୧୯ ଏପ୍ରିଲରେ ପଡିବ ଭୋଟ୍ ।
