ଆଜିଠୁ ଆରମ୍ଭ ବିଧାନସଭା ବଜେଟ୍ ଅଧିବେଶନ । ଦିନ ୧୧ ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ ହେବ । ଏହା ପରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକପ୍ରସ୍ତାବ ରଖିବେ । ଫେବ୍ରୁଆରୀ ୧୩ ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବା ଷୋଡଶ ବିଧାନସଭାର ୧୫ତମ ଅଧିବେଶନରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି। ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବା ବେଳେ, ରାଜ୍ୟପାଳ ରଘୁବର ଦାସ ପ୍ରଥମ ଥର ପାଇଁ ଗୃହରେ ଅଭିଭାଷଣ ରଖିବେ। ସ୍ୱଳ୍ପ ଅଧିବେଶନରେ ନୂଆ ଓ ପୁରୁଣା ପ୍ରସଙ୍ଗକୁ ନେଇ ଗୃହ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଗୃହକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ କରି ଉଭୟ ବିରୋଧୀ ଓ ଶାସକଙ୍କ ସହଯୋଗ ଲୋଡିଛନ୍ତି। ବିଧାନସଭା ବଜେଟ୍ ଅଧିବେଶନ ବେଳେ ଆନ୍ଦୋଳନ ଓ ବିକ୍ଷୋଭ ଆଦିକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

You can share this post!
author