ପୁରୀରେ ଆଜିଠୁ ରଥଭଙ୍ଗା କାର୍ଯ୍ୟ ଆରମ୍ଭ । ନିଳାଦ୍ରୀବିଜେ ପରେ ତିନି ରଥ ଶ୍ରୀହୀନ ହୋଇପଡିଥିଲେ । ତେବେ ଆଜି ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ରଥଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛିା ନିୟମ ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଭଙ୍ଗ ହେବ । ପରେ ତାଳଧ୍ୱଦ ଏବଂ ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବାର ପରମ୍ପରା ରହିଛି । ତେବେ ଗୋଟିଏ ରଥକୁ ଭାଙ୍ଗିବା ପାଇଁ ୪ଦିନ ସମୟ ଲାଗିବ। ସେହିପରି ତିନି ରଥ ଭଙ୍ଗା କାମ ୧୦ରୁ ୧୨ ଦିନ ଭିତରେ ଶେଷ ହେବ ବୋଲି କହିଛନ୍ତି ମୁଖ୍ୟ ଭୋଇ ସର୍ଦ୍ଦାର। ସେପଟେ ରଥ ଭଙ୍ଗା ଯିବା ପରେ ସିଂହାସନ , ପ୍ରଭା , ନାଟଗୋଡ , ଗୁଜ ଓ ଚକକୁ ନେଇ ଗୁଣ୍ଡିଚା ମନ୍ଦିର ଭିତରେ ରଖାଯିବ। ତାହାକୁ ବିକ୍ରି କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥାଏ। ଅନ୍ୟପଟେ ବଳକା ଭଙ୍ଗା କାଠଗୁଡିକୁ ଦୋଳବେଦୀ କୋଣରେ ରଖିବା ପରେ ତାହା ଚିରଟ କରାଯାଇ ମହାପ୍ରସାଦ ରୋଷେଇ ପାଇଁ ଜାଳେଣୀ ଆକାରରେ ବ୍ୟବହାର କରାଯାଇଥାଏ। ସେପଟେ ଦେବୀ ରଥରୁ ବାହାରୁଥିବା ଲୁହା କଣ୍ଟାକୁ ଫଳୁ ନ ଥିବା ଗଛରେ ବାଡେଇଲେ ଫଳ ଭରିଥାଏ ବୋଲି ବିଶ୍ୱାସ ରହୁଥିବାରୁ ଅନେକ ଭକ୍ତ ଏହି କଣ୍ଟା ସଂଗ୍ରହ କରିଥାନ୍ତି ।

You can share this post!
author