ଆଜି ଚିତାଲାଗି ଅମାବାସ୍ୟା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଚିତାଲାଗି ନୀତି ଅନୁଷ୍ଠିତ ହେବ । ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ସ୍ବତନ୍ତ୍ର ନୀତିକାନ୍ତି ଆରମ୍ଭ ହେବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସରେ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ବିଭିନ୍ନ ନୀତିକାନ୍ତି ସରିବା ପରେ ବାଡ଼ଗ୍ରାହୀ ଦଇତାପତିମାନେ ରତ୍ନସିଂହାସନରେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ସ୍ନାନ ପୂର୍ଣ୍ଣିମା ଦିନ ରାତିରେ ଶ୍ରୀଜିଉମାନଙ୍କର ମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା । ରଥଯାତ୍ରା ଦିନ ମହାପ୍ରଭୁ ଲାଗି କରାଯାଇଥିଲା ସୋଲା ଚିତା । ଆଜି ଏହି ସୋଲା ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ ।

You can share this post!
author