ଆଜି ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ବାହୁଡା ଯାତ୍ରା ସାରି ଫେରିବା ପରେ ସିଂହଦ୍ୱାରରେ ରଥ ଉପରୁ ଭକ୍ତମାନଙ୍କୁ ସୁନାବେଶରେ ଦର୍ଶନ ଦେବେ ୩ ଠାକୁର । ଏଥିପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଅପରାହ୍ଣ ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୧ଟା ପର୍ଯ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ । ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ଲକ୍ଷ ଲକ୍ଷ ଭକ୍ତ ଛୁଟିଆସିବେ । ଭିଡ ନିୟନ୍ତ୍ରଣ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ମେଡିକାଲ ଛକରୁ ଶ୍ରୀମନ୍ଦିର ମଧ୍ୟରେ ବଡଦାଣ୍ଡକୁ ସଂଯୋଗ କରୁଥିବା ରାସ୍ତାକୁ ସିଲ କରାଯାଇଛି। ଆବଶ୍ୟକ ପଡିଲେ ଶ୍ରୀମାର୍ଗକୁ ବ୍ୟବହାର କରାଯିବ। ଅଧିକ ଭିଡ଼ ହେଲେ, ଆବଶ୍ୟକସ୍ଥଳେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ଖୋଲାଯାଇପାରେ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।

You can share this post!
author