ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ବନକଲାଗି ପାଇଁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା ଧରି ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ଯାଏ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

You can share this post!
author
Related Articles
ନିର୍ବାଚନ ସ୍ଥଗିତ ଖପ୍ପା ନବୀନ
- June 1, 2025
ନବୀନଙ୍କୁ ଚିଠି ଲେଖିଲେ…
- June 1, 2025