ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିବାହ ମହୋତ୍ସବ । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ଶ୍ରୀମନ୍ଦିର । ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି ହୋଇଥିବା ବେଳେ ଏହାକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି ମଧ୍ୟ କୁହାଯାଏ । ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୁଏ । ସେଥିପାଇଁ ମା ଲକ୍ଷ୍ମୀ ଠାକୁରାଣୀ ଦେବୀ ରୁକ୍ମିଣୀଙ୍କ ବେଶରେ ସଜେଇ ହେବେ । ଏବଂ ଶ୍ରୀମଦନ ମୋହନ ସାଜିିିିିିିିିିିିିିିିିିବେ ପ୍ରଭୁ ଶ୍ରୀକୃଷ୍ଣ । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ତେଣୁ ଏହି ପରମ୍ପରା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ। ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ। ପରେ ଶିଶୁପାଳଙ୍କୁ ବନ୍ଦନ ମୁକ୍ତ କରିବେ ବଳରାମ। ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ। ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ।

You can share this post!
author