ପୁଣି ୬ଟି ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ବି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ରହିଛି । ବରଗଡ, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା ସମ୍ବଲପୁର, କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ସେହିପରି ଅଗଷ୍ଟ ୪ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ରାଜ୍ୟ ଠାରୁ ଦୂରେଇ ଯିବ। ପ୍ରଭାବରେ ଧିରେ ଧିରେ ରାଜ୍ୟରେ ବର୍ଷାର ପ୍ରକୋପ ମଧ୍ୟ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

You can share this post!
author