ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭା ବଜେଟ୍ ଅଧିବେଶନ । ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍ ଫୋର୍ସ ମୁତୟନ ହେବ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଟିମ୍, କ୍ୱିକ୍ ଆକ୍ସନ ଟିମ୍, ଡଗ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗର ଟିମ୍ ଉପସ୍ଥିତ ରହିବେ । ତିନି ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଂଚଳକୁ ପୋଲିସ ଛାଉଣୀ କରିଛି। ବିଧାନସଭାରୁ ଆରମ୍ଭ କରି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ତା’ର ନିକଟବର୍ତ୍ତୀ ରାସ୍ତାରେ ସିସିଟିଭି ଲଗାଯାଇଛି । ସନ୍ଦିଗ୍ଧଙ୍କ ସହ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବ । ଏଥିସହ ୫ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍ କରାଯାଇଛି ।

You can share this post!
author