ଆସନ୍ତାକାଲି ଓଡିଶା ଆସିବେ ମୋଦି

ଆସନ୍ତାକାଲି ଓଡିଶା ଆସିବେ ମୋଦି

ନିର୍ବାଚନ ପୂର୍ବରୁ ଜୋର ଜମୁଛି ବିଜେପି ନେତା ମାନଙ୍କ ପ୍ରଚାର । ବିଜେପିର କେନ୍ଦ୍ରୀୟ ନେତୃତ୍ୱମାନେ ଓଡିଶା ଗସ୍ତରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ରାଲି ପୂର୍ବରୁ ଭୁବନେଶ୍ୱରରେ ପହଂଚିଛନ୍ତି ବ୍ଲାକ କ୍ୟାଟ୍ କମାଣ୍ଡୋ । ସୁରକ୍ଷା ସ୍ଥିତିର ଯାଂଚ କରିଛନ୍ତି ବ୍ଲାକ କ୍ୟାଟ୍ କମାଣ୍ଡୋ । ରାତିରେ ରାଜଭବନରେ ରାତ୍ରିଯାପନ କରିବେ । ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ । ରାତି ୮ଟାରେ ମୋଦୀଙ୍କ ରାଲି ବିଜେପି ପାର୍ଟି ଅଫିସରୁ ବାହାରି ବାଣୀବିହାର ପର୍ଯ୍ୟନ୍ତ ଯିବ । ଏହା ପରଦିନ ପ୍ରଥମେ ସକାଳ ୯ଟା ୩୦ରେ କନ୍ଧମାଳ ଷ୍ଟାଡିୟମ୍ ପଡ଼ିଆରେ ଏକ ସମାବେଶରେ ଯୋଗଦେବେ । ଦିନ ୧୧ଟା ୩୦ରେ ବଲାଙ୍ଗୀରରେ ଆୟୋଜିତ ସାଧାରଣ ସଭାରେ ଉଦ୍ବୋଧନ ଦେବେ ।

author

Related Articles

Leave a Reply

Your email address will not be published. Required fields are marked *