ଆସନ୍ତାକାଲି ଜନ୍ମମାଟିରେ ମିଶିବ ସହିଦ ସରୋଜଙ୍କ ପାର୍ଥିବ ଶରୀର

ଆସନ୍ତାକାଲି ଜନ୍ମମାଟିରେ ମିଶିବ ସହିଦ ସରୋଜଙ୍କ ପାର୍ଥିବ ଶରୀର

ସହିଦଙ୍କୁ ଝୁରୁଛି ଢେଙ୍କାନାଳ କାମାକ୍ଷାନଗର କେନ୍ଦୁଢିପ ଗାଁ । କାଲି ଜନ୍ମମାଟିରେ ପହଂଚିବ ଓଡିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର । ରାଷ୍ଟ୍ରୀୟ ମର୍ଯାଦା ସହ ଜନ୍ମମାଟିରେ ହେବ ଶେଷକୃତ୍ୟ । ସରୋଜଙ୍କ ପରିବାରକୁ ଯାହା ଆବଶ୍ୟକ ଅଛି ସବୁ ପ୍ରକାର ସହଯୋଗ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ସିକ୍କିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ଭାସିଯାଇଥିଲେ ୨୩ ଜଣ ଯବାନ ।ଏମାନଙ୍କ ମଧ୍ୟରେ ଥିଲେ ଓଡ଼ିଆ ଯବାନ ସରୋଜ ଦାସ । ତାଙ୍କ ସହ କୌଣସି ଯୋଗାଯୋଗ ହୋଇପାରିନଥିଲା । ଗତକାଲି ଅପରାହ୍ଣରେ ତାଙ୍କ ବଡ଼ଭାଇଙ୍କ ମୋବାଇଲକୁ ଉଦ୍ଧାର ୫ ଯବାନଙ୍କ ମୃତଦେହର ଫଟୋ ଆସିଥିଲା । ସେଥିରୁ ଭାଇ ମନୋଜ ସରୋଜଙ୍କୁ ଚିହ୍ନଟ କରିଥିଲେ । ଏହା ପରେ ଘରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ଗତ ଫେବ୍ରୁଆରୀ ମାସରେ ବିବାହ କରିଥିଲେ ସରୋଜ ସରୋଜ ୨୦୧୨ ମସିହା ଅକ୍ଟୋବର ୨୧ ତାରିଖରେ ସେନାରେ ସିପାହୀ ଭାବେ ନିଯୁକ୍ତି ପାଇଥିଲେ । ମଙ୍ଗଳବାର ରାତି ୧୦ଟା ବେଳେ ସରୋଜ ପରିବାର ଲୋକଙ୍କ ସହ ମୋବାଇଲରେ କଥା ହୋଇଥିଲେ । ପ୍ରବଳ ବର୍ଷା ଯୋଗୁଁ ସେ ଗାଡ଼ି ଭିତରେ ରହିଥିବା ପରିବାର ଲୋକଙ୍କୁ କହିଥିଲେ । ତେବେ ଏହାପରେ ତାଙ୍କ ସହ ଆଉ ଯୋଗାଯୋଗ ହୋଇ ନଥିଲା । ସେ ନିଖୋଜ ଥିବା ଖବର ଟିଭିରୁ ଦେଖି ପରିବାର ପକ୍ଷରୁ ତାଙ୍କ ମୋବାଇଲ୍କୁ କଲ୍ କରାଯାଇଥିଲେ ବି ଫୋନ୍ ସୁଇଚ୍ ଅଫ୍ ଆସିଥିଲା ।ସରୋଜ ପରିବାରରେ ସବୁଠାରୁ ସାନ ଥିଲେ । ମାତ୍ର ୭ ମାସ ତଳେ ଗଲା ଫେବ୍ରୁଆରି ୧୧ ତାରିଖ ସେ କଙ୍କଡ଼ାହାଡ଼ର ଲୋପାମୁଦ୍ରା ଦାସଙ୍କୁ ବିବାହ କରିଛନ୍ତି । ସିପାହୀରୁ ପଦୋନ୍ନତି ପାଇ ହାବିଳଦାର ହେବା ପରେ ଅଗଷ୍ଟ ମାସରେ ଘରକୁ ବୁଲିବାକୁ ଆସି ସେପ୍ଟେମ୍ବର ୬ ତାରିଖରେ ସିକିମକୁ ଡ୍ୟୁଟି ପାଇଁ ଯାଇଥିଲେ । ମଙ୍ଗଳବାର ରାତି ୧୦ଟା ବେଳେ ଘରକୁ ଫୋନ୍ କରି ପତ୍ନୀ ଓ ଭାଉଜଙ୍କ ସହ କଥା ହୋଇଥିଲେ । ଟ୍ରେନିଂ ସାରି ଆସିଥିବା ବେଳେ ସୁରକ୍ଷିତ ଭାବେ ଘାଟି ରାସ୍ତା ପାର୍ ହୋଇଥିବା ପତ୍ନୀଙ୍କୁ ସରୋଜ କହିଥିଲେ। ତେବେ ପ୍ରବଳ ବର୍ଷା ହେଉଥିବାରୁ ଗାଡ଼ିଗୁଡ଼ିକୁ ଆଗକୁ ଯାଇ ପାରୁ ନଥିବା ଓ ସମସ୍ତେ ଗାଡ଼ି ଭିତରେ ଆଶ୍ରୟ ନେଇଥିବା ସେ ଜଣାଇଥିଲେ ।

author

Related Articles

Leave a Reply

Your email address will not be published. Required fields are marked *