ଡହ ଡହ ତାତିରେ ସିଝୁଛି ଓଡିଶା । ରାଜ୍ୟରେ ତାପମାତ୍ରା ବଢିବାରେ ଲାଗିଛି । ଆଗାମୀ 5 ଦିନ ରାଜ୍ୟରେ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ କିଛି ସ୍ଥାନରେ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025