ଆହୁରି ୪ ଦିନ ବର୍ଷିବ ପ୍ରବଳ ବର୍ଷା

ଆହୁରି ୪ ଦିନ ବର୍ଷିବ ପ୍ରବଳ ବର୍ଷା

ଆହୁରି ୪ ଦିନ ବର୍ଷିବ ପ୍ରବଳ ବର୍ଷା । ୧୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ପର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡିଶା ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛିା ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼। ସେହିପରି ରବିବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author

Related Articles

Leave a Reply

Your email address will not be published. Required fields are marked *