ଓଡ଼ିଶାରେ ଅଛନ୍ତି ୧୨ଜଣ ପାକିସ୍ତାନୀ । ଦୀର୍ଘକାଳୀନ ଭିସା ବଳରେ ଏମାନେ ଓଡ଼ିଶାରେ ବସବାସ କରୁଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ଏମାନଙ୍କୁ ଭାରତ ଛାଡ଼ି ଯିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । ପହଲଗାମ ଆକ୍ରମଣ ପରେ ଭାରତରେ ବସବାସ କରୁଥିବା ପାକିସ୍ତାନୀ ମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତ ସରକାର । ସେପଟେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । କେଉଁ ରାଜ୍ୟରେ କେତେ ସଂଖ୍ୟକ ପାକିସ୍ତାନୀ ବସବାସ କରୁଛନ୍ତି ସେନେଇ ସୂଚନା ଦେବାକୁ କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ରାଜ୍ୟ ଗୁଡିକୁ ନିର୍ଦ୍ଦେଶ ଜାରି ହୋଇଛି ।

You can share this post!
author