ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ମେ’ ୬ ତାରିଖରେ ସେ ପୁଣି ଥରେ ଓଡିଶା ଗସ୍ତରେ ଆସୁଛନ୍ତି । ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବା ସହିତ ନିଜ ଦଳୀୟ କର୍ମୀଙ୍କୁ ପ୍ରୋତ୍ସାହିତ କରିବେ । ଏହା ପରେ ନବରଙ୍ଗପୁରରେ ମଧ୍ୟ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର । ପ୍ରଧାନମନ୍ତ୍ରୀଙ୍କ ପୂର୍ବରୁ ଗୃହମନ୍ତ୍ରୀ ଅମିତ୍ ଶାହା ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଗସ୍ତରେ ଆସି ନିର୍ବାଚନ ପ୍ରଚାରରେ ଯୋଗ ଦେଇଥିଲେ । ଆଉ ଏବେ ମୋଦି ଆସି ପ୍ରଚାର ମୈଦାନକୁ ହୁଲସ୍ତୁଲ କରିବେ ବୋଲି ସୂଚନା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *