ପ୍ରଚଣ୍ଡ ଖରା ଏବଂ ଅସହ୍ୟ ତାତିରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟର ଅନେକ ସ୍ଥାନରେ ଖରାର ପ୍ରକୋପ କମିଛି । ଏପରିକି ରାଜ୍ୟରେ ବିଭିନ୍ନସ୍ଥାନରେ କାଳବୈଶାଖୀ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଟ୍ୱିଟର ମାଧ୍ୟମରେ ଟ୍ୱିଟ୍ କରି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ। ଏହାସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ଏଥିପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଂଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ସୁବର୍ଣ୍ଣପୁର, କନ୍ଧମାଳ, ଗଂଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟର ତାପମାତ୍ରା ୩୫ ତଳେ ରହିଛି। ଚାନ୍ଦବାଲିରେ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୨.୮, ବାଲେଶ୍ୱର ୩୨.୪ଓ କେନ୍ଦୁଝରରେ ୨୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

You can share this post!
author