ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା। ଆପ୍ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ଜେଲରୁ ଆସିବା ପରେ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ନେଇ ଘୋଷଣା କରିଥିଲେ ଅରବିନ୍ଦ କେଜ୍ରିୱାଲ।ଆଜି ସେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ସୁପାରିଶ କରିଛନ୍ତି। ଆତିଶୀ ମାର୍ଲେନା ବର୍ତ୍ତମାନ ଦିଲ୍ଲୀର ଶିକ୍ଷାମନ୍ତ୍ରୀ ଅଛନ୍ତି। ତେଣୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ କେଜ୍ରିୱାଲ ଆତିଶୀଙ୍କୁ ସୁପାରିଶ କରିବା ନେଇ ଏକ ପ୍ରକାର ସ୍ପଷ୍ଟ ହୋଇ ଯାଇଥିଲା। ଶେଷରେ ଆଜି ବିଧାୟକ ଦଳ ବୈଠକ ପରେ ଆତିଶୀଙ୍କ ନାଁରେ ହିଁ ମୋହର ବାଜିଛି।

You can share this post!
author