ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମେଗା ଗ୍ରୀନ ହାଇଡ୍ରୋଜେନ ଓ ଗ୍ରୀନ୍ ଆମୋନିଆ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଟାଟା ଷ୍ଟିଲ୍ ସ୍ପେସିଆଲ ଇକୋନୋମିକ୍ ଜୋନ୍ର ଗୋପାଳପୁର ଶିଳ୍ପ ପାର୍କରେ ଏହି ୟୁନିଟ୍ ସ୍ଥାପନ ହେବ । ଏହା ସହ ହିଞ୍ଜିଳିକାଟୁ ନିର୍ବାଚନମଣ୍ଡଳୀର ଶେରଗଡ଼ ଓ ବ୍ରହ୍ମପୁର ଉପକଂଠ ଶିତଳାପଲ୍ଲୀଠାରେ ସାଧାରଣ ସଭାରେ ଯୋଗଦେବେ । ଏହି ଦୁଇ ସ୍ଥାନରେ ଅନେକ ମେଗା ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗତକାଲି ପ୍ରସ୍ତୁତିର ସମୀକ୍ଷା କରିଥିଲେ ବିଜେଡି ସାଂସଦ ମାନସ ମଙ୍ଗରାଜ। ଶୀତଳାପଲ୍ଲୀ ଓ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ପଡ଼ିଆରେ ପହଞ୍ଚି ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ସୁବାସ ଚନ୍ଦ୍ର ବେହେରା ପହଞ୍ଚି ପ୍ରସ୍ତୁତିର ଅନୁଧ୍ୟାନ କରିଥିଲେ।

author

Related Articles

Leave a Reply

Your email address will not be published. Required fields are marked *