ଚେନ୍ନାଇରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି । ବାତ୍ୟା ମିଗଜମ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଦେଖାଦେଇଛି । ବର୍ଷା ସହ ପବନ ମଧ୍ୟ ହେଉଛି । ଲୋକମାନଙ୍କ ଭିତରେ ବର୍ଷା ପାଣି ପଶିଯାଇଛି । ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ଲୋକେ ନାହିଁନଥିବା ଅସୁବିଧା ଭୋଗୁଛନ୍ତି । ରାସ୍ତାରେ ଉପରେ ଅନେକ ଗାଡି ଅଟକି ରହିଛି । ବଡ଼ ବଡ଼ ଗାଡି ସହ କାର ଓ ଅଟୋ ମଧ୍ୟ ବୁଡିଯାଇଥିବାର ଦେଖିବାକୁ ମିଳିଛି । ଫଳରେ ରାସ୍ତାରେ ଅନେକ ଗଛ ଭାଙ୍ଗି ପଡ଼ିଛି । ରାସ୍ତା ଉପରୁ ଗଛକୁ ବାହାର କରିବା ପାଇଁ ଯୁଦ୍ଧକାଳୀନ ଭିତିରେ ଉଦ୍ୟମ ଆରମ୍ଭ ହୋଇଛି ।

You can share this post!
author