ଟ୍ୱିନ ସିଟିରୁ ଟ୍ରାଇ ସିଟି କରିବେ ମୋହନ । ପୁରୀ, ଭୁବନେଶ୍ୱର ଏବଂ କଟକକୁ ନେଇ ଟ୍ରଇ ସିଟି କରିବେ ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଉଭୟ ତିନି ସ୍ଥାନର ଗମନାଗମନ ଓ ବିକାଶକୁ ଗୁରୁତ୍ୱ ଦେଇ ଏହି ଟ୍ରାଇସିଟିକୁ ଡେଭଲପ କରାଯିବ। ଏହା ସହ ଭୁବନେଶ୍ୱର ଟ୍ରାଫିକ ସମସ୍ୟା ଦୂର ପାଇଁ ଅଧିକ ନୂଆ ଓଭର ବ୍ରିଜ ଏବଂ ରିଂ ରୋଡ଼ ନିର୍ମାଣ ହେବ ବୋଲି ମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାର ଏଥିପାଇଁ ପ୍ରାରମ୍ଭିକ ଯୋଜନା ଆରମ୍ଭ କରିଛନ୍ତି । ବର୍ତ୍ତମାନ ଦେଖାଯାଉଥିବା ଟ୍ରାଫିକ ଜାମକୁ ଦୂର ପାଇଁ ପବ୍ଲିକ ଟ୍ରାନ୍ସପୋର୍ଟ ସିଷ୍ଟମକୁ ଅଧିକ ବଢ଼ାଯାଉଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ଲୋକମାନେ ଯେମିତି ଅଧିକ ବସର ବ୍ୟବହାର କରିବେ ସେ ନେଇ ସରକାର ଗୁରୁତ୍ୱ ଦେଉଥିବା ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି।

You can share this post!
author