କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଖରାଦିନ ଆରମ୍ଭରୁ ତାତି ଅସ୍ତବ୍ୟସ୍ତ କରାଇଲାଣି । ଏହି ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । ଆସନ୍ତା 7 ଓ 8 ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଆଜି ୭ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁରରେ ହାଲୁକା ବର୍ଷା ହୋଇପାରେ । ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଗତକାଲି ରାଜ୍ୟର ୬ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଥିଲା ।
