ତାତି ଭିତରେ ବର୍ଷା । ଆଜି ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏସବୁ ଜିଲ୍ଲା ଗୁଡିକ ହେଉଛି ଝାରସୁଗୁଡା, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୁରଭଞ୍ଜ ଓ ବାଲେଶ୍ୱର । ମୟୁରଭଞ୍ଜ ଓ ବାଲେଶ୍ୱରରେ ଆସନ୍ତାକାଲି ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଗତକାଲି ୧୩ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ସବାଧିକ ତାପମାତ୍ରା ମାଲକାନଗିରିରେ ୩୭ ଡିଗ୍ରୀ ରେକର୍ଡ କରାଯାଇଛି । ଆଗାମୀ ଦୁଇ ଦିନ ମଧ୍ୟରେ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା । ବିଶେଷକରି ଦିନର ତାପମାତ୍ରା ଆହୁରି ବଢିବ ବୋଲି କୁହାଯାଉଛି । ପାଣିପାଗ ବିଭାଗର ପୂର୍ବନୁମାନ ଅନୁସାରେ ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ପ୍ରଚଣ୍ଡ ଖରା ଅନୁଭୂତ ହୋଇପାରେ ।

You can share this post!
author