ପାଖେଇ ଆସୁଛି ଦୂର୍ଗା ପୂଜା । ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । କିନ୍ତୁ କଟକରେ କମିଶନରେଟ ପୁଲିସର କଟକଣା କରାଯାଇଛି । ଭସାଣିରେ ସାଉଣ୍ଡ ବକ୍ସ ବ୍ୟବହାର ନକରିବା ପାଇଁ ବାରଣ କରାଯାଇଛି । ଏଥିସହ ଦଶହରାରେ ଡିଜେ ସମ୍ପୂର୍ଣ୍ଣ ମନା ହୋଇଛି । ସୁନାଚାନ୍ଦି ମେଢ ମଣ୍ଡପ ନିକଟରେ ବନ୍ଧୁକଧାରୀ ପୁଲିସ ମୁତୟନ ହେବେ । ପୁଲିସ ପକ୍ଷରୁ ଆୟୋଜିତ ଦୁର୍ଗା ପୂଜା ପ୍ରସ୍ତୁତି ବୈଠକ ପରେ କଟକ ଅତରିକ୍ତ ଡିସିପି ଅନୀଲ ମିଶ୍ର ଏହି ସୂଚନା ଦେଇଛନ୍ତି। ସେହିପରି ମା’ଙ୍କ ଭସାଣି ସମୟରେ ବାଣ ଫୁଟାଯାଇ ପାରିବନି। ରାତି ୧୦ଟା ପର୍ୟ୍ୟନ୍ତ ଶୋଭାଯାତ୍ରାର ଅନୁମତି ରହିଛି, କିନ୍ତୁ ଯଦି ରାଜ୍ୟ ସରକାର ଅନୁମତି ଦେବେ, ରାତି ୧୨ ପର୍ୟ୍ୟନ୍ତ ଶୋଭାଯାତ୍ରା ଚାଲିପାରିବ ବୋଲି ଅତରିକ୍ତ ଡିସିପି ସୂଚନା ଦେଇଛନ୍ତି।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025