ବିଜେଡି ଓ ବିଜେପି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଭିତରେ ଆଜି ନବୀନ ନିବାସରେ ବିଜେଡିର ବୈଠକ ଆରମ୍ଭ ହୋଇଛି । ବିଜେଡିର ବରିଷ୍ଠ ନେତାଙ୍କୁ ନେଇ ନବୀନ ନିବାସରେ ବୈଠକ ଆରମ୍ଭ ହୋଇଯାଇଛି । ଏହି ବୈଠକରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ସାମିଲ ହୋଇଛନ୍ତି । ବରିଷ୍ଠ ନେତା ପ୍ରଦୀପ ଅମାତ, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ରାଉତ, ସଞ୍ଜୟ ଦାସବର୍ମା, ପ୍ରଣବ ବଳବନ୍ତରାୟ, ପ୍ରତାପ ଦେବ, ଦେବୀ ମିଶ୍ର, ଟୁକୁନି ସାହୁ, ପ୍ରଫୁଲ୍ଲ ମଲ୍ଲିକ, ଜଗନ୍ନାଥ ସାରକା, ଅଶୋକ ପଣ୍ଡା, ରାଜା ସ୍ୱାଇଁ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ ମେଣ୍ଟ ନେଇ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି ।

You can share this post!
author