ଭୁୁବନେଶ୍ୱର ସ୍ଥିତ ପାହାଳ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ କଟକରୁ ଭୁବନେଶ୍ୱର ଅଭିମୁଖେ ଦୃତ ଗତିରେ ଆସୁଥିବା କାରଟି ରାସ୍ତାକଡରେ ଛିଡା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା । ଏଥିରେ ଘଟଣାସ୍ଥଳରେ ହିଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି । ସେମାନଙ୍କ ଘର ଯାଜପୁର ଓ ଭଦ୍ରକ ବୋଲି ଜଣାପଡିଛି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତି ୩ଟା ସମୟରେ କାର୍ଟି କଟକରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ଟ୍ରକଟି ପାହାଳ ଛକ ନିକଟରେ ଥିବା ରାସ୍ତାକଡ଼ରେ ଠିଆ ହୋଇଥିଲା। କାରଟି ଦ୍ରୁତ ଗତିରେ ଆସି ଟ୍ରକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ୨ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଦୁର୍ଘଟଣା ଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ କାର୍ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କାର୍ରେ ଚାଳକ ସମେତ ୩ଜଣ ଥିଲେ। କେଉଁ କାରଣ ପାଇଁ ଦୁର୍ଘଟଣା ଘଟିଲା ତାର କାରଣ ସ୍ପଷ୍ଟ ହୋଇନାହିଁ।
ଗତକାଲି ମଧ୍ୟ ସମାନ ଘଟଣା ଘଟିଥିଲା। କେନ୍ଦୁଝର ଜିଲ୍ଲା NH ୨୦ ବାଲିଯୋଡ଼ି ନିକଟରେ ଏକ ଭ୍ୟାନ୍ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍କୁ ଧକ୍କା ଦେବା ଫଳରେ ୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତ ହୋଇଥିଲେ। ରାସ୍ତାକଡ଼ରେ ଗାଡ଼ି ପାକିଂ କରିବା ଯୋଗୁ ଏପରି ମର୍ମନ୍ତୁଦ ଦୁର୍ଘଟଣା ଘଟୁଛି କୁହାଯାଉଛି।