ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ପୁଣି ଏକ ବଡ ଘୋଷଣା । ଆସନ୍ତା ଡିସେମ୍ୱର 25 ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ନୂଆ ଆବେଦନକାରୀଙ୍କ ସହିତ ଏବେ ପର୍ଯ୍ୟନ୍ତ ସହାୟତା ପାଇନଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ଯାଞ୍ଚ ପ୍ରକ୍ରିୟା ଚାଲୁ ରହିଛି । ଡିସେମ୍ବର ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି । ଏ ନେଇ ମଙ୍ଗଳବାର ବୈଠକ ବସିଥିଲା ବୈଠକରେ ସୁଭଦ୍ରା ଆବେଦନ ଯାଞ୍ଚ ପାଇଁ ଗଠିତ କ୍ଷେତ୍ରସ୍ତରୀୟ ଟିମମାନଙ୍କ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ତେବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନଭେମ୍ୱର 24 ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଥିଲା ।

You can share this post!
author