ଗତ ମେ’ ୨୯ ତାରିଖରେ ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଥିବା ଅଘଟଣରେ ମୃତ୍ୟୁ ସଂଖ୍ୟା ବଢିବଢି ଯାଉଛି । ପୂର୍ବରୁ ଏଥିରେ ୯ ଜଣଙ୍କର ଜୀବନ ଯାଇଥିବା ବେଳେ ଆଉ ଦୁଇ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ଏହି ବାଣ ବିସ୍ଫୋରଣରେ ୧୧ ଜଣଙ୍କର ଜୀବନ ଯାଇଥିବା ଜଣାପଡିଛି । ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍ ରିଲିଜ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ତେବେ ମୃତକଙ୍କ ପରିଚୟ ସଂପର୍କରେ କିଛି ସୂଚନା ଦିଆଯାଇନାହିଁ। ଏସ୍ଆରସିଙ୍କ କାର୍ୟ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍ରେ ଆହୁରି କୁହାଯାଇଛି ଯେ ଏହି ଘଟଣାରେ ଆହତ ହୋଇଥିବା ଆହୁରି ୧୯ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।ପୁରୀ ବାଣ ବିସ୍ଫୋରଣ ଘଟଣାରେ ଗତକାଲି ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ତା’ପୂର୍ବ ଦିନ ଅର୍ଥାତ୍ ଶୁକ୍ରବାର ମଧ୍ୟ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ତା’ପୂର୍ବରୁ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଥିଲା।

You can share this post!
author