ପୋଲିଂ କେନ୍ଦ୍ରକୁ ମୋବାଇଲ ମନା…

ପୋଲିଂ କେନ୍ଦ୍ରକୁ ମୋବାଇଲ ମନା…

ସାରା ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ରାଜ୍ୟର ହାଇପ୍ରୋଫାଇଲ ନେତାମାନଙ୍କର ଭାଗ୍ୟ ପରୀକ୍ଷା ଚାଲିଛି । ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳୁ ସକାଳୁ ସବୁ ବୁଥରେ ପ୍ରବଳ ଭିଡ ଦେଖିବାକୁ ମିଳିଛି । ଅନେକ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । କିଛି ବୁଥରେ ଭୋଟର ମୋବାଇଲ ନେଇଯାଉଥିବା ଦେଖିବାକୁ ମିଳିଥିବା ବେଳେ ଏପରି ନକରିବା ପାଇଁ ଉଭୟ ଭୋଟର ଓ ଅଧିକାରୀଙ୍କୁ ଅପିଲ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଅନ୍ୟପଟେ ଭୁବନେଶ୍ୱର ନୟାପଲ୍ଲୀର ଏକ ବୁଥରେ ପୋଲିଂ କେନ୍ଦ୍ରକୁ ମୋବାଇଲ ନେଇ ପ୍ରବେଶ କରିବା ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା ।

author

Related Articles

Leave a Reply

Your email address will not be published. Required fields are marked *