ରାଜ୍ୟରେ ଆଗକୁ ବଢିବ ଶୀତ । ଆସନ୍ତା ଦୁଇ ଦିନ ତାପମାତ୍ରା କମିବା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ଜଣାପଡିଛି । ଆଉ ଏହାରି ମଧ୍ୟରେ ବର୍ଷା ହେବା ନେଇ ଆଶଙ୍କା ରହିଛି । ଆସନ୍ତା ୮ ଏବଂ ୯ ତାରିଖରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ଜଣାପଡିଛି । ଯାହା ଏବେ ଚାଷୀଙ୍କ ମୁଣ୍ଡରେ ଚଡକ ପକାଇଛି । ବର୍ଷା ଖବର ଶୁଣିବା ପରେ ଚାଷୀଙ୍କୁ ଧାନଅମଳ ଚିନ୍ତାମାଡି ବସିଲାଣି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ।ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

You can share this post!
author