ବଢୁଛି ତାତି, ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଖାସ କରି ପଶ୍ଚିମ ଓଡିଶାରେ ଲୋକେ କଲବଲ ହେବା ସହ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି । ତେବେ ଏଥିରୁ ଅଧିକାଂଶ ମୃତ୍ୟୁ ଅଶଂଘାତ ଜନିତ ହେଉଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ଗତ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ୯୯ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ହୋଇଥିବା ବେଳେ ୨୦ଟି ସେଥିରୁ ଅଂଶୁଘାତ ନେଇ ସ୍ପଷ୍ଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।ଅଂଶୁଘାତଜନିତ ଘଟଣା ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଭଳି ଜିଲ୍ଲାରୁ ଅଭିଯୋଗ ଆସିଛି। ଅସ୍ୱାଭାବିକ ଭାବେ ଲୋକଙ୍କ ଜୀବନ ଯାଇଛି। ଏହି ଘଟଣା ପରେ ସତର୍କତା ସୂଚନା ମୂଳକ ଭାବେ ପିକ୍ ସମୟରେ କାମ କରିବାକୁ ବାରଣ କରିଛନ୍ତି ଝଜଉ ।ତେବେ କେବଳ ରାଉରକେଲା ସହରରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ।ସେହିପରି ସମ୍ବଲପୁରରେ ଅଂଶୁଘାତରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ୧୮ ଅସ୍ବାଭାବିକ ମୃତ୍ୟୁ ମଧ୍ୟରୁ ୫ ଅଂଶୁଘାତଜନିତ।ସେପଟେ ଆହୁରି ୨ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ହିଟୱେଭ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

You can share this post!
author