ବରିଷ୍ଠ ନେତା ସମୀର ଦେଙ୍କ ପରଲୋକ । ୬୭ ବର୍ଷ ବୟସରେ ସମୀର ଦେଙ୍କ ପରଲୋକ । ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। କଟକର ଟାଣୁଆ ନେତା ତଥା ପୂର୍ବତନ ନଗର ଉନ୍ନୟନ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ନିମୋନିଆ, କିଡ୍ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲେ। ଆଜି ତାଙ୍କର ପରଲୋକ ହୋଇଛି ।

You can share this post!
author