ଆଜି ବିଧାନସଭାରେ ଶପଥ ନେଉଛନ୍ତି ନବନିର୍ବାଚିତ ବିଧାୟକ ଗଣ । ନବ ନିର୍ବାଚିତ ବିଧାୟକ ମାନଙ୍କୁ ଶପଥପାଠ କରାଉଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକଭାବେ ଶପଥ ନେଇଛନ୍ତି । ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟକ୍ରମେ ଶପଥଗ୍ରହଣ କରୁଛନ୍ତି ।

You can share this post!
author