ଦୀର୍ଘ ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ । ୨୦୦୭ରେ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଟିମ୍ ଟ୍ରଫି ହାତେଇଥିଲା । ଆଉ ଏବେ ୨୦୨୪ ରେ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ଟି-୨୦ ବିଶ୍ୱକପ ଜିତିଛି । ଆଉ ବିଜୟୀ ହେବା ପରେ ଭାରତୀୟ କ୍ରିକେଟ ଟିମକୁ ଶୁଭେଚ୍ଛାର ସୁଅ ଛୁଟିଛି । ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କ୍ରିକେଟ ଟିମ ସହିତ ଫୋନରେ କଥା ହୋଇ ଦଳର ସମସ୍ତଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ରୋହିତ ଶର୍ମାଙ୍କୁ ଉତ୍କୃଷ୍ଟ ଅଧିନାୟକତ୍ୱ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି। ଫାଇନାଲରେ ବିରାଟ କୋହଲିଙ୍କ ଇନିଂସ ଏବଂ ଭାରତୀୟ କ୍ରିକେଟରେ ତାଙ୍କର ଅବଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି ମୋଦି। ପ୍ରଧାନମନ୍ତ୍ରୀ ମୋଦି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଶେଷ ଓଭର ପାଇଁ ଏବଂ ସୂର୍ୟ୍ୟକୁମାର ଯାଦବଙ୍କୁ ତାଙ୍କର କ୍ୟାଚ୍ ଧରିବା ପାଇଁ ପ୍ରଶଂସା କରିଛନ୍ତି। ସେ ଜସପ୍ରୀତ ବୁମ୍ରାଙ୍କ ଅବଦାନକୁ ମଧ୍ୟ ପ୍ରଶଂସା କରିଛନ୍ତି। ଭାରତୀୟ କ୍ରିକେଟରେ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ରାହୁଲ ଦ୍ରାବିଡଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ଶନିବାର ରାତିରେ ଟିମ୍ ଇଣ୍ଡିଆର ବିଶ୍ୱକପ୍ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ବାର୍ତ୍ତା ଦେଇଥିଲେ। ଏଥିରେ ସେ ବିଜୟ ପାଇଁ ଟିମ୍ ଇଣ୍ଡିଆକୁ ଅଭିନନ୍ଦନ ଜଣାଇ ସେମାନଙ୍କୁ ଚାମ୍ପିଅନ୍ ଘୋଷଣା କରିଥିଲେ।

You can share this post!
author
Related Articles
ମୁହଁ ଖୋଲିଲେ ରୋହିତ୍
- March 11, 2025
ଭାରତ ପାଇଁ ଆସୁଛି ପରୀକ୍ଷାର ବେଳ !
- March 3, 2025
ଭାରତ-ପାକ୍ ଦମଦାର ଲଢେଇ..ଫ୍ରିରେ ମ୍ୟାଚ୍ ଦେଖାଉଛି ଏହି ଆପ୍…
- February 23, 2025