ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା…

ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା…

ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । 20 ଲକ୍ଷରୁ ୍ଦିକ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୁନ୍ଦରଗଡରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ସେଠାରେ ଉପସ୍ଥିତ ରହିଛନ୍ତି । ଆବେଦନ କରି ବିଭିନ୍ନ କାରଣରୁ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରା ପାଇଛନ୍ତି । ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି । ସେମାନଙ୍କୁ ତୃତୀୟ ପର୍ଯ୍ୟାୟରେ ଟଙ୍କା ମିଳିଛି ।

author

Related Articles

Leave a Reply

Your email address will not be published. Required fields are marked *