ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଛି ବଡ ରାୟ । ୯ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ କୋର୍ଟ । ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି କୋର୍ଟ । ତେବେ ସାଲେପୁର ଅତିରିକ୍ତ ଦୌରାଜଜ ଏନେଇ ରାୟ ଶୁଣାଇଛନ୍ତି । ଏଥିରେ ସମ୍ପୃକ୍ତ ଥିବା ପୂବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ମାମା କୋର୍ଟରେ ବିଚାରାଧୀନ ରହିଛି । ୨୦୨୧ ମସିହାରେ ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ୍ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳ ଫେରାର ଥିଲା। ଏକ ଟ୍ରକ ଦୁର୍ଘଟଣାରେ ଗତ ଫେବ୍ରୁଆରୀରେ ତାଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଥିଲା।

You can share this post!
author