ଅଦିନିଆ ବର୍ଷାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଶ୍ରେଣୀରେ ଅନ୍ତର୍ଭୁକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କୁ SDRF ଫଣ୍ଡରୁ ସମସ୍ତ କ୍ଷତିପୂରଣ ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ୩୩ ପ୍ରତିଶତରୁ ଅଧିକ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ କ୍ଷତିପୂରଣ ମିଳିବ । ତେବେ ନିକଟରେ ହୋଇଥିବା ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଲକ୍ଷ ୨୬ ହଜାର ହେକ୍ଟର ଫସଲ କ୍ଷତି, ୨୯୧ କୋଟି ସହାୟତା ମିଳିବ ।

You can share this post!
author