ଆହୁରି କଲବଲ କରିବ ତାତି । ମେ’ ମାସରେ ଆହୁରି ଜାଳିବ । ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରା ମେ’ ମାସରେ ରହିବ । ପାଣିପାଗ ବିଭାଗ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛି । ତେବେ ମେ’ ମାସରେ କେମିତି ରହିବ ଗ୍ରୀଷ୍ମର ପ୍ରକୋପ ଚଳିତ ମାସ ଶେଷ ସୁଦ୍ଧା ବିବରଣୀ ଜାରି କରାଯିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ ।ଏସବୁ ଭିତରେ ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି । ବୌଦ୍ଧର ତାପମାତ୍ରା ସର୍ବାଧିକ ୪୪.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେପଟେ କାଳବୈଶାଖୀ ହେବାର ଥିବାରୁ ୨୧ ଓ ୨୨ ତାରିଖରେ ତାତି ଟିକେ କମିବ । ୨୪ ତାରିଖ ଯାଏଁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ ।କିନ୍ତୁ ୨୫ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବାର ସମ୍ଭାବନା ଅଛି ।

You can share this post!
author