ରାଜଧାନୀରେ ଘନ କୁହୁଡି । ଭୋରରୁ ଟ୍ୱିନ ସିଟିରେ କୁହୁଡିର ଏକ ଘନଆସ୍ତରଣ ଦେଖିବାକୁ ମିଳିଛି । ବଡି ଭୋରରୁ କୁହୁଡି କାରଣରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା । ଗାଡି ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା । ଦୃଶ୍ୟମାନ ଦୂରତା ଖୁବ୍ କମ୍ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି। ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ ପ୍ରଦୂଷଣ ବଢ଼ିଛି। ଏଥିପାଇଁ ଏପରି କୁହୁଡ଼ି ହୋଇଥିବା ସନ୍ଦେହ କରାଯାଉଛି।

You can share this post!
author