ବୌଦ୍ଧ ଜିଲ୍ଲା ରେ ପୁଣି ଆଉ ଜଣେ ଶିକ୍ଷକ ଙ୍କ ଉପରେ ଜିଲ୍ଲା ନିର୍ବାଚନ ଅଧିକାରୀ ଙ୍କ ଛାଟ l ରାଜନୈତିକ କାର୍ଯ୍ୟ ରେ ସମ୍ପୃକ୍ତି କୁ ନେଇ ହେଲା ବଦଳି l ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜନୈତିକ ସମ୍ପୃକ୍ତି ଥିବା କଣ୍ଟାମାଳ ବ୍ଲକ୍ ନୁଆଁପାଳି ଆଦିବାସୀ ହାଇସ୍କୁଲର ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ମଣ୍ଡଳୀ ବାହାରକୁ ବଦଳି କରାଯାଇଛି l ମିଳିଥିବା ସୂଚନା ଅନୁଯାୟୀ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ନୁଆଁପାଳି ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନ ରାଜନୈତିକ କାର୍ଯ୍ୟରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା l ଫଳରେ ଗତ ୧୩ ତାରିଖ ଦିନ ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲା ଶିକ୍ଷା ଅଧିକାରୀ ସମ୍ପୃକ୍ତ ଶିକ୍ଷକ ଶ୍ରୀ ପ୍ରଧାନଙ୍କୁ ବୌଦ୍ଧ ନିର୍ବାଚନ ମଣ୍ଡଳୀର ମଥୁରା ପଞ୍ଚାୟତ ହାଇସ୍କୁଲ, କେଲାକଟାକୁ ବଦଳି କରିବା ସହ ତୁରନ୍ତ ସେଠାରେ ଯୋଗଦାନ କରିବାକୁ ଆଦେଶ ଦେଇଥିବା ସୂଚନା ମିଳିଛି l

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ବରଗଡ ପୋଲିସକୁ ବଡ ସଫଳତା..
- June 3, 2025