ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ରୋଗୀ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେମାନଙ୍କ ମଧ୍ୟରୁ ଜଣେ ରୋଗୀ ଭୁବନେଶ୍ୱରର ହୋଇଥିବା ବେଳେ ଅନ୍ୟ ଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି। ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହୋମ ଆଇସୋଲେସନରେ ଅଛନ୍ତି। ଅନ୍ୟ ଜଣେ ମହିଳା ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା ଜଣାଯାଇଛି।

You can share this post!
author