ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଜି ଆହୁରି ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩ରେ ପହଁଚିଛି । ଗତକାଲି ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସମସ୍ତ ଆକ୍ରାନ୍ତ ଘରୋଇ ସଙ୍ଗରୋଧରେ ରହିଛନ୍ତି । ଏସବୁ ଭିତରେ ରାଜ୍ୟରେ କରୋନାକୁ ନେଇ ସେଭଳି କିଛି ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର । ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ବେଳେ କେହି ସେମିତି ଗୁରୁତର ହୋଇନାହାନ୍ତି । ଏପଟେ ଦେଶରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୦୯୧ ରହିଛି

You can share this post!
author