ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପାଟପୁର ଥାନା ଅଧିନ କଂସାମାରି ଗାଁର ରାଜନ ମୋହନ ଦୋରା (୪୮) ଗୁରୁବାର ରାତ୍ର ପ୍ରାୟ ୧୧ଟା ୩୦ ସମୟରେ ଅଡବାରୁ ବାଇକ ଯୋଗେ ନିଜ ଗ୍ରାମ କଂସାମାରିକୁ ଯିବା ସମୟରେ ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ଗାଁ ନିକଟ ଜାତୀୟ ରାଜପଥ-୩୨୬ ବୁଲାଣିରେ ଦୁର୍ଘଟଣା ଘଟିଛି। ବିପରୀତ ଦିଗରୁ ଏକ ହାଇୱା ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା | ଖବର ପାଇ ମୋହନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ ଓ ହାଇୱାକୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।ଏହି ଘଟଣାରେ ମୃତକଙ୍କ ପୁଅ ବିଘ୍ନେଶ୍ୱର ଥାନାରେ ଏକ ଲିଖିତ ଅଭିଯୋଗ ପରେ ଏକ ମାମଲା ରୁଜ୍ଜୁ ହୋଇଥିବା ଥାନା ପକ୍ଷରୁ ସୂଚନା ମିଳିଛି | ଅପରପକ୍ଷେ ଅଡବା ଥାନା ଅନ୍ତର୍ଗତ କଟାମାରୁ ଅଡବା ପଟେ ଆସୁଥିବା ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଥିଲା | ଫଳରେ ଟ୍ରାକ୍ଟର ଚାପି ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ପାଟପୁର ଥାନା ଅଧୀନ ଜୟପୁର କଲୋନିର ଟୁନା ନାୟକ ବୋଲି ଜଣାପଡିଛି | ଘଟଣାସ୍ଥଳରେ ଅଡ଼ବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଜାରୀ ରଖିଛନ୍ତି।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025