ଶୀତରେ ପୁଣି ଫେରୁଛି ବର୍ଷା! ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ଘନକୁହୁଡି ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୧୧ ତାରିଖରେ ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି।

You can share this post!
author