ଆଜି ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଯାଇଛି । ଅଧିବେଶନ ଆରମ୍ଭ ହେବା କ୍ଷଣି ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି । ୨୨ ତାରିଖ ଯାଏଁ ଚାଲିବାକୁ ଥିବା ଏହି ସ୍ୱତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ପାସ କରିବା ଉପରେ ସବୁ ଦଳ ଗୁରୁତ୍ୱ ଦେଇଛନ୍ତି । ବିଜେଡି ସମେତ ଶିବସେନା, କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମହିଳା ସଂରକ୍ଷଣ ବିଲ ପାସ କରିବାକୁ ଦାବି କରିଥିଲେ । ଏହାଛଡା ଆପ୍ ନେତା ସଂଜୟ ସିଂହ ଓ ରାଘବ ଚଢା ନିଲମ୍ବିନ ପ୍ରତ୍ୟାହାର କରିବାକୁ ବି ବିରୋଧୀ ଦାବି କରିଛନ୍ତି । ଜାତି ଜନଗଣନା, ଆଦାନୀ ମାମଲା, ସିଏଜି ରିପୋର୍ଟ ଉପରେ ବି ଆଲୋଚନା କରିବାକୁ ବିରୋଧୀ ଦାବି କରିଛନ୍ତି ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଭାରି ହେଉଛି ବିଜେଡିର ପଲା…
- June 3, 2025