ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପବାଚସ୍ପତି

ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପବାଚସ୍ପତି

ବିଧାନସଭାର ନୂଆ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦରେ ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଗତକାଲି ଉପ-ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ ସାଲୁଗା ପ୍ରଧାନ । ନିଦ୍ୱନ୍ଦ୍ୱରେ ଉପ-ବାଚସ୍ପତିଙ୍କୁ ନିର୍ବାଚିତ କରିଥିବାରୁ ଗୃହର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ଉପ-ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ । ସେହିଭଳି ଉପ-ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତ ବିରୋଧୀ ଓ ଶାସକ ଦଳର ସଦସ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ସାଲୁଗା ପ୍ରଧାନ । ବର୍ତ୍ତମାନ ଜି-ଉଦୟଗିରିର ବିଧାୟକ ହେଉଛନ୍ତି ସାଲୁଗା ପ୍ରଧାନ । ଏହାପୂର୍ବରୁ ରଜନୀକାନ୍ତ ସିଂ ଉପ-ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ।

author

Related Articles

Leave a Reply

Your email address will not be published. Required fields are marked *