ସଡକ ଦୁର୍ଘଟଣାରେ ଗୁରୁତର ଆହତ ହେଲେ ଫିଲ୍ମ ନିର୍ଦ୍ଦେଶକ ସୁଧାକାର ବସନ୍ତ । କଟକ ଚୌଦ୍ୱାରଠାରେ ତାଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଏହି ଦୁର୍ଘଟଣା। ଏକ ଟ୍ରକ୍ ପଛରେ ପିଟି ହୋଇଥିଲା ସୁଧାକର ବସନ୍ତଙ୍କ କାର୍। ସେ ବାରିପଦାରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଚୌଦ୍ୱାର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲେ। କାର୍କୁ କାଟି ସୁଧାକରଙ୍କୁ ଉଦ୍ଧାର କରାଯାଇଥିଲା। ଏହା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। କାର୍ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ସେ ବି କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

You can share this post!
author