ବଢିଲା ଆଶାକର୍ମୀଙ୍କ ଦରମା । ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ଏଣିକି ମାସିକ ପାରିଶ୍ରମିକ ୪ହଜାର ୫୦୦ ବଦଳରେ ୭୦୦୦ ଟଙ୍କା ମିଳିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ସେହିପରି ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ୫୦ ହଜାରରୁ ୧ ଲକ୍ଷକୁ ବୃଦ୍ଧି ପାଇଛି। ଏଥିଯୋଗୁ ଉପକୃତ ହେବେ ୪୯ ହଜାର ୫୨୨ ଆଶାକର୍ମୀ। ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ। ତେବେ ମିଳିଥିବା ସୂଚନା ଅନୁଯାୟୀ, ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଭୁବନେଶ୍ୱର ଲୋୟର ପିଏମ୍ଜିରେ ଧାରଣାରେ ବସିଥିଲେ। ନିଯୁକ୍ତି ସହ ୨୬ ହଜାର ଦରମା ଓ ୧୦ ହଜାର ପେନସନ୍ ମୃତ୍ୟୁକାଳୀନ ବୀମାରାଶି ଦାବିରେ ଆଶାକର୍ମୀମାନେ ଧାରଣାରେ ବସିଥିଲେ।

You can share this post!
author
Related Articles
କାହାକୁ ଛାଡିବେନି ନବୀନ !
- June 7, 2025
ନେତା ଡକାଇଲେ ସମୀର…
- June 7, 2025