ଅସହ୍ୟ ଗୁଳୁଗୁଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜଧାନୀବାସୀ । ରାଜ୍ୟରେ କିଛିଦିନ ହେବ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଏବେ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି କାହିଁକିନା ବଙ୍ଗୋପସାଗରରେ ସକ୍ରିୟ ହେଉଛି ଲଘୁଚାପ । ଗତକାଲି ତୁଳନାରେ ଆଜି ବଙ୍ଗୋପସାଗର ମଧ୍ୟରେ ସକ୍ରିୟ ଲଘୁଚାପ ସୃଷ୍ଟି ହୋଇଛି । ଏହାର ଚାରିପାଖରେ ବାଦଲ ଏକତ୍ରିକରଣ ବୃଦ୍ଧି ପାଉଥିବାରୁ ଏହା ଅଧିକ ଘନୀଭୂତ ହେଉଛି । ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ।

You can share this post!
author
Related Articles
ମୁହଁର ସୌନ୍ଦର୍ଯ୍ୟ ବଢାଏ ଡାଲଚିନି…
- June 3, 2025
ଚୁଟିରେ ଲଗାନ୍ତୁ ଏହି ୫ଟି ତେଲ…
- June 2, 2025